12ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତ ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,
13ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର। ପରସ୍ପର ସଙ୍ଗରେ ଶାନ୍ତିରେ ରୁହ।
14ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।
15ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ।
16ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର;