14ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।
15ସାବଧାନ, କେହି କାହାରି ପ୍ରତି ଅପକାର ବଦଳରେ ଅପକାର ନ କରୁ, ବରଂ ତୁମ୍ଭେମାନେ ସର୍ବଦା ପରସ୍ପରର ଓ ସମସ୍ତଙ୍କର ମଙ୍ଗଳ କରିବାକୁ ସଚେଷ୍ଟା ହୁଅ।
16ସର୍ବଦା ଆନନ୍ଦ କର; ନିରନ୍ତର ପ୍ରାର୍ଥନା କର;
17ସବୁ ଅବସ୍ଥାରେ ଧନ୍ୟବାଦ ଦିଅ;
18କାରଣ ତୁମ୍ଭମାନଙ୍କ ବିଷୟରେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଏହା ଈଶ୍ବରଙ୍କ ଅଭିମତ।