୧ ଥେସଲନୀକୀୟ 5

କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।

1 Thessalonians 5:2 (UKJV) For yourselves know perfectly that the day of the Lord so comes as a thief in the night.

1କିନ୍ତୁ, ହେ ଭାଇମାନେ, କାଳ ଓ ନିର୍ଦ୍ଧିଷ୍ଟ ସମୟ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବା ଆବଶ୍ୟକ ନାହିଁ,

2କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।

3ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍‍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।

4କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.