19ପବିତ୍ର ଆତ୍ମାଙ୍କୁ ନିର୍ବାଣ ନ କର;
20ଭାବବାଣୀ ତୁଚ୍ଛ କର ନାହିଁ;
21ବରଂ ସମସ୍ତ ବିଷୟ ପରୀକ୍ଷା କର;
22ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ।
23ଶାନ୍ତିଦାତା ଈଶ୍ବର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।