4କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,
5କାରଣ ତୁମ୍ଭେମାନେ ସମସ୍ତେ ଆଲୋକ ଓ ଦିବସର ସନ୍ତାନ। ଆମ୍ଭେମାନେ ରାତ୍ରି କି ଅନ୍ଧକାରର ସନ୍ତାନ ନୋହୁଁ;
6ଅତଏବ ଆସ ଆମ୍ଭେମାନେ ଅଣଯିହୁଦୀମାନଙ୍କ ପରି ନିଦ୍ରିତ ନ ହେଉ, ମାତ୍ର ଜାଗ୍ରତ ହୋଇ ସଚେତନ ରହିବା।
7ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି।
8କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଊରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ।