9ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟ-ଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି,
10ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;
11ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ବରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ।
12ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,
13ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;