10ଏହା ଜାଣି ଯଦି କେହି ମୋଶାଙ୍କ ବ୍ୟବସ୍ଥାର ଉଚିତ୍ ବ୍ୟବହାର କରେ, ତେବେ ତାହା ଯେ ଉତ୍ତମ, ଏହା ଅାମ୍ଭେମାନେ ଜାଣୁ;
11ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ବରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ।
12ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,
13ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;
14ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା।