୧ ତୀମଥି 1

ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।

1 Timothy 1:15 (UKJV) This is a faithful saying, and worthy of all acceptation, that Christ Jesus came into the world to save sinners; of whom I am chief.

13ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;

14ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା।

15ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।

16ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି।

17ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.