16ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି।
17ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।
18ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରିପାର;
19ବିଶ୍ୱାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ୱାସରୂପ ଜାହାଜ ଭାଙ୍ଗି ଯାଇଅଛି,
20ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍ଜାଣ୍ଡର ଅନ୍ୟତମ; ଏମାନେ ଯେପରି ଶାସନ ପାଇ ଈଶ୍ବର ନିନ୍ଦା ନ କରନ୍ତି, ଏଥିପାଇଁ ମୁଁ ଏମାନଙ୍କୁ ଶୟତାନ ହାତରେ ସମର୍ପଣ କଲି।