1ପାଉଲ, ଆମ୍ଭମାନଙ୍କ ଈଶ୍ବରଙ୍କ ଆଜ୍ଞାନୁସାରେ ଓ ତ୍ରାଣକର୍ତ୍ତା ଏବଂ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଅନୁସାରେ ଜଣେ ପ୍ରେରିତ,
2ବିଶ୍ୱାସରେ ଆପଣା ପୁତ୍ର ତୀମଥିଙ୍କୁ ପତ୍ର; ପିତା ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।
3ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି
4କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହିସବୁ ତ ବିଶ୍ୱାସ ସମ୍ବନ୍ଧୀୟ ଈଶ୍ବରଙ୍କ କାର୍ଯ୍ୟର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ।
5କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ୱାସରୁ ଜାତ ଯେଉଁ ପ୍ରେମ,