2ବିଶ୍ୱାସରେ ଆପଣା ପୁତ୍ର ତୀମଥିଙ୍କୁ ପତ୍ର; ପିତା ଈଶ୍ବର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ।
3ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି
4କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହିସବୁ ତ ବିଶ୍ୱାସ ସମ୍ବନ୍ଧୀୟ ଈଶ୍ବରଙ୍କ କାର୍ଯ୍ୟର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ।
5କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ୱାସରୁ ଜାତ ଯେଉଁ ପ୍ରେମ,
6ତାହା ଧର୍ମ ଶିକ୍ଷାର ଉଦ୍ଦେଶ୍ୟ ଅଟେ; କେହି କେହି ଏସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି;