5କିନ୍ତୁ ଶୁଦ୍ଧ ହୃଦୟ, ଶୁଚି ବିବେକ ଓ ନିଷ୍କପଟ ବିଶ୍ୱାସରୁ ଜାତ ଯେଉଁ ପ୍ରେମ,
6ତାହା ଧର୍ମ ଶିକ୍ଷାର ଉଦ୍ଦେଶ୍ୟ ଅଟେ; କେହି କେହି ଏସମସ୍ତ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅସାର କଥାରେ ଆସକ୍ତ ହୋଇ ପଥଭ୍ରଷ୍ଟ ହୋଇଅଛନ୍ତି;
7ସେମାନେ ମୋଶାଙ୍କ ବ୍ୟବସ୍ଥାର ଶିକ୍ଷକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ।
8କିନ୍ତୁ ମୋଶାଙ୍କ ବ୍ୟବସ୍ଥା ଧାର୍ମିକ ଲୋକ ନିମନ୍ତେ ନିରୂପିତ ନ ହୋଇ ସ୍ୱେଚ୍ଛାଚାରୀ ଓ ଅବାଧ୍ୟ, ଅଧାର୍ମିକ ଓ ପାପୀ, ଅଶୁଚି ଓ ଧର୍ମଦ୍ୱେଷୀ, ପିତୃହନ୍ତା ଓ ମାତୃହନ୍ତା,
9ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟ-ଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି,