10ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ।
11ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନୀରବରେ ଶିକ୍ଷା ଗ୍ରହଣ କରୁ।
12ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନୀରବରେ ରହୁ।
13କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା;
14ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ;