୧ ତୀମଥି 2

ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।

1 Timothy 2:4 (UKJV) Who will have all men to be saved, and to come unto the knowledge of the truth.

2ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି।

3ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ;

4ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।

5କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;

6ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.