3ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ;
4ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି।
5କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;
6ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି।
7ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।