୧ ତୀମଥି 2

ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।

1 Timothy 2:8 (UKJV) I will therefore that men pray every where, lifting up holy hands, without wrath and doubting.

6ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି।

7ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୁଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ।

8ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ।

9ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି

10ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.