10ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି, ନିର୍ଦ୍ଦୋଷ ଦେଖାଗଲେ ସେବକ ପଦରେ ନିଯୁକ୍ତ ହେଉନ୍ତୁ।
11ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦାକାରିଣୀ ନ ହୋଇ ଗମ୍ଭୀର, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ୱସ୍ତ ହେବା ଆବଶ୍ୟକ।
12ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି, ନିଜ ନିଜ ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ।
13କାରଣ ଯେଉଁମାନେ ଉତ୍ତମ ରୂପେ ସେବକ କାର୍ଯ୍ୟ କରିଅଛନ୍ତି, ସେମାନେ ନିଜ ନିଜ ପାଇଁ ଉତ୍ତମ ଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସମୂଳକ ଅଧିକ ସାହସ ପାଇବେ।
14ମୁଁ ଶୀଘ୍ର ତୁମ୍ଭ ନିକଟକୁ ଯିବି ବୋଲି ଆଶା କରୁଅଛି;