୧ ତୀମଥି 3

ମୁଁ ଶୀଘ୍ର ତୁମ୍ଭ ନିକଟକୁ ଯିବି ବୋଲି ଆଶା କରୁଅଛି;

1 Timothy 3:14 (UKJV) These things write I unto you, hoping to come unto you shortly:

12ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି, ନିଜ ନିଜ ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ।

13କାରଣ ଯେଉଁମାନେ ଉତ୍ତମ ରୂପେ ସେବକ କାର୍ଯ୍ୟ କରିଅଛନ୍ତି, ସେମାନେ ନିଜ ନିଜ ପାଇଁ ଉତ୍ତମ ଖ୍ୟାତି ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସମୂଳକ ଅଧିକ ସାହସ ପାଇବେ।

14ମୁଁ ଶୀଘ୍ର ତୁମ୍ଭ ନିକଟକୁ ଯିବି ବୋଲି ଆଶା କରୁଅଛି;

15ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ବରଙ୍କ ଗୃହରେ, ଅର୍ଥାତ୍‍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।

16ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.