14ମୁଁ ଶୀଘ୍ର ତୁମ୍ଭ ନିକଟକୁ ଯିବି ବୋଲି ଆଶା କରୁଅଛି;
15ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ବରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।
16ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।