୧ ତୀମଥି 3

ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ।

1 Timothy 3:7 (UKJV) Moreover he must have a good report of them which are without; lest he fall into reproach and the snare of the devil.

5କେହି ଯେବେ ଆପଣା ପରିବାରକୁ ଶାସନ କରିବାକୁ ଜାଣେ ନାହିଁ, ତେବେ ସେ କିପରି ଈଶ୍ବରଙ୍କ ମଣ୍ଡଳୀର ଦାୟିତ୍ୱ ନେବ?

6ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ।

7ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ।

8ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ,

9ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.