6ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ।
7ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ।
8ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ,
9ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;
10ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି, ନିର୍ଦ୍ଦୋଷ ଦେଖାଗଲେ ସେବକ ପଦରେ ନିଯୁକ୍ତ ହେଉନ୍ତୁ।