7ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ।
8ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ,
9ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;
10ସେମାନେ ମଧ୍ୟ ପ୍ରଥମେ ପରୀକ୍ଷିତ ହେଉନ୍ତୁ, ପୁଣି, ନିର୍ଦ୍ଦୋଷ ଦେଖାଗଲେ ସେବକ ପଦରେ ନିଯୁକ୍ତ ହେଉନ୍ତୁ।
11ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦାକାରିଣୀ ନ ହୋଇ ଗମ୍ଭୀର, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ୱସ୍ତ ହେବା ଆବଶ୍ୟକ।