10ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ବର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି।
11ତୁମ୍ଭେ ଏହି ସମସ୍ତ ବିଷୟ ଆଜ୍ଞା ଦେଇ ଶିକ୍ଷା ଦିଅ।
12ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଉଦାହରଣସ୍ୱରୂପ ହୁଅ।
13ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ, ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର।
14ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର।