13ମୁଁ ନ ଯିବା ପର୍ଯ୍ୟନ୍ତ ଶାସ୍ତ୍ରପାଠ, ଉପଦେଶ ଓ ଶିକ୍ଷାଦାନରେ ମନୋଯୋଗ କର।
14ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର।
15ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ।
16ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ, ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।