1ପବିତ୍ର ଆତ୍ମା ସ୍ପଷ୍ଟ ରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ
2ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;
3ସେହି ମିଥ୍ୟାବାଦୀମାନେ ବିବାହ ନିଷେଧ କରନ୍ତି, ପୁଣି, ବିଭିନ୍ନ ଖାଦ୍ୟ ପଦାର୍ଥରୁ ଅଲଗା ରହିବା ନିମନ୍ତେ ଶିକ୍ଷା ଦିଅନ୍ତି। ବିଶ୍ୱାସୀ ଓ ସତ୍ୟ ଜାଣିଥିବା ଲୋକମାନଙ୍କ ଦ୍ୱାରା ଧନ୍ୟବାଦ ସହ ଭୋଜନ କରାଯିବା ନିମନ୍ତେ ଈଶ୍ବର ଏସବୁ ତ ସୃଷ୍ଟି କରିଅଛନ୍ତି।
4କାରଣ ଈଶ୍ବରଙ୍କ ସମସ୍ତ ସୃଷ୍ଟ ବସ୍ତୁ ଉତ୍ତମ, ପୁଣି, ଧନ୍ୟବାଦ ସହ ଗ୍ରହଣ କଲେ କୌଣସି ବିଷୟ ଅଗ୍ରହଣୀୟ ନୁହେଁ,
5ଯେଣୁ ଈଶ୍ବରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ।