5ଯେଣୁ ଈଶ୍ବରଙ୍କ ବାକ୍ୟ ଓ ପ୍ରାର୍ଥନା ଦ୍ୱାରା ତାହା ପବିତ୍ର କରାଯାଏ।
6ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୁଷ୍ଟ ହେବ;
7କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ। ଈଶ୍ବରପରାୟଣ ଜୀବନଯାପନ କରିବା ନିମନ୍ତେ ଅଭ୍ୟାସ କର,
8କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।
9ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ;