7କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ। ଈଶ୍ବରପରାୟଣ ଜୀବନଯାପନ କରିବା ନିମନ୍ତେ ଅଭ୍ୟାସ କର,
8କାରଣ ଶାରୀରିକ ବ୍ୟାୟାମ ଅଳ୍ପ ବିଷୟରେ ଲାଭଜନକ, କିନ୍ତୁ ଈଶ୍ବରପରାୟଣତା ଇହକାଳ ଓ ପରକାଳରେ ପ୍ରତିଜ୍ଞାଯୁକ୍ତ ହୋଇ ସମସ୍ତ ବିଷୟରେ ଲାଭଜନକ ଅଟେ।
9ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ;
10ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ବର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ଵାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି।
11ତୁମ୍ଭେ ଏହି ସମସ୍ତ ବିଷୟ ଆଜ୍ଞା ଦେଇ ଶିକ୍ଷା ଦିଅ।