୧ ତୀମଥି 5

ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;

1 Timothy 5:14 (UKJV) I will therefore that the younger women marry, bear children, guide the house, give none occasion to the adversary to speak reproachfully.

12ସେମାନେ ସେମାନଙ୍କର ପୂର୍ବ ପ୍ରତିଜ୍ଞା ଲଙ୍ଘନ କରିବାରୁ ଦଣ୍ଡନୀୟ ହୁଅନ୍ତି।

13ଆହୁରି ମଧ୍ୟ ସେମାନେ ଘର ଘର ବୁଲି ଅଳସୁଆ ହେବାକୁ ଶିଖନ୍ତି, ଆଉ କେବଳ ଆଳସ୍ୟ ନୁହେଁ, ମାତ୍ର ଅସାର କାହାଣୀ ଓ ପରଚର୍ଚ୍ଚା କରି ଅନୁଚିତ କଥାବାର୍ତ୍ତା କରନ୍ତି।

14ଅତଏବ, ମୋହର ଇଚ୍ଛା, ଯୁବତୀ ବିଧବାମାନେ ବିବାହ କରନ୍ତୁ, ସନ୍ତାନ ପ୍ରସବ କରନ୍ତୁ, ଗୃହକାର୍ଯ୍ୟ ପରିଚାଳନା କରନ୍ତୁ, ନିନ୍ଦା କରିବା ପାଇଁ ଶତ୍ରୁକୁ କୌଣସି ସୁଯୋଗ ନ ଦିଅନ୍ତୁ;

15କାରଣ ଏବେ ମଧ୍ୟ କେହି କେହି ଖ୍ରୀଷ୍ଟଙ୍କଠାରୁ ଦୂର ହୋଇ ଶୟତାନର ଅନୁଗାମୀ ହୋଇଅଛନ୍ତି।

16ଯଦି କୌଣସି ବିଶ୍ୱାସିନୀ ମହିଳାଙ୍କ ଘରେ ବିଧବାମାନେ ଥାଆନ୍ତି, ତେବେ ସେ ସେମାନଙ୍କର ଦୁଃଖ ଦୂର କରନ୍ତୁ, ଆଉ ମଣ୍ଡଳୀ ଭାରଗ୍ରସ୍ତ ନ ହେଉ, ଯେପରି ମଣ୍ଡଳୀ ନିରାଶ୍ରୟ ବିଧବାମାନଙ୍କର ଦୁଃଖ ଦୂର କରିପାରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.