୧ ତୀମଥି 5

ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ।

1 Timothy 5:19 (UKJV) Against an elder receive not an accusation, but before two or three witnesses.

17ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ।

18କାରଣ ପବିତ୍ର ଶାସ୍ତ୍ର କହେ, “ବେଙ୍ଗଳା ବୁଲୁଥିବା ବଳଦର ମୁହଁରେ ତୁଣ୍ଡି ଦିଅ ନାହିଁ।” ପୁଣି, “କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ।”

19ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ।

20ଯେଉଁମାନେ ନିରନ୍ତର ପାପ କରିଥାଆନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟଭୀତ ହେବେ।

21ଈଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.