19ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ।
20ଯେଉଁମାନେ ନିରନ୍ତର ପାପ କରିଥାଆନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟଭୀତ ହେବେ।
21ଈଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ।
22ହଠାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ।
23ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର।