୧ ତୀମଥି 5

ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର।

1 Timothy 5:23 (UKJV) Drink no longer water, but use a little wine for your stomach's sake and yours often infirmities.

21ଈଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ।

22ହଠାତ୍‍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ।

23ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର।

24କାହାରି କାହାରି ପାପ ବିଚାର ପୂର୍ବରୁ, କାହାରି କାହାରି ଅବା ପରେ ପ୍ରକାଶ ପାଏ।

25ସେହି ପ୍ରକାରେ ମଧ୍ୟ ସତ୍କର୍ମ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇପାରେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.