୧ ତୀମଥି 5

ନିରାଶ୍ରୟ ବିଧବାମାନଙ୍କୁ ସମ୍ମାନ କର।

1 Timothy 5:3 (UKJV) Honour widows that are widows indeed.

1ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି,

2ବୃଦ୍ଧା ସ୍ତ୍ରୀମାନଙ୍କୁ ମାଆ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର।

3ନିରାଶ୍ରୟ ବିଧବାମାନଙ୍କୁ ସମ୍ମାନ କର।

4କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ।

5ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ବରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.