2ବୃଦ୍ଧା ସ୍ତ୍ରୀମାନଙ୍କୁ ମାଆ ଓ ଯୁବତୀମାନଙ୍କୁ ପବିତ୍ର ଭାବରେ ଭଉଣୀ ବୋଲି ଭାବି ସେହି ପ୍ରକାର କର।
3ନିରାଶ୍ରୟ ବିଧବାମାନଙ୍କୁ ସମ୍ମାନ କର।
4କିନ୍ତୁ ଯେବେ କୌଣସି ବିଧବାର ପୁଅଝିଅ ବା ନାତିନାତୁଣୀ ଥାଆନ୍ତି, ତେବେ ସେମାନେ ପ୍ରଥମେ ଆପଣା ପରିବାର ପ୍ରତି ଭକ୍ତି ଦେଖାଇବାକୁ ଓ ପିତାମାତାଙ୍କ ପ୍ରତି ଉପକାର କରିବାକୁ ଶିକ୍ଷା କରନ୍ତୁ; କାରଣ ଏହା ତ ଈଶ୍ବରଙ୍କ ଦୃଷ୍ଟିରେ ଗ୍ରହଣୀୟ ଅଟେ।
5ଯେଉଁ ବିଧବା ନିରାଶ୍ରୟ ଓ ଅସହାୟ, ସେ ଈଶ୍ବରଙ୍କ ଉପରେ ଭରସା ରଖି ଦିନରାତି ନିବେଦନ ଓ ପ୍ରାର୍ଥନାରେ ଲାଗି ରହିଥାଏ;
6କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ।