7ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ।
8କିନ୍ତୁ ଯଦି କେହି ଆପଣା ଆତ୍ମୀୟ, ବିଶେଷରେ ଆପଣା ପରିବାରର ଦାୟିତ୍ୱ ନ ନିଏ, ସେ ବିଶ୍ୱାସମତ ଅସ୍ୱୀକାର କରିଅଛି, ଆଉ ସେ ଅବିଶ୍ୱାସୀଠାରୁ ଅଧମ ଅଟେ।
9ଯେଉଁ ବିଧବାର ବୟସ ଷାଠିଏ ବର୍ଷରୁ କମ୍ ନୁହେଁ,
10ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦପ୍ରକ୍ଷାଳନ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ।
11କିନ୍ତୁ ଯୁବତୀ ବିଧବାମାନଙ୍କୁ ଗ୍ରହଣ କର ନାହିଁ, କାରଣ ସେମାନେ କାମାଭିଳାଷରେ ଆସକ୍ତ ହୋଇ ଖ୍ରୀଷ୍ଟଙ୍କଠାରୁ ବିମୁଖ ହେଲେ ବିବାହ କରିବାକୁ ଇଚ୍ଛା କରନ୍ତି;