8ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।
9ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
10କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି।
11କିନ୍ତୁ ହେ ଈଶ୍ବରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ବରପରାୟଣତା, ବିଶ୍ୱାସ, ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ।
12ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୂତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ।