୧ ତୀମଥି 6

ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,

1 Timothy 6:15 (UKJV) Which in his times he shall show, who is the blessed and only Potentate, the King of kings, and Lord of lords;

13ସମସ୍ତଙ୍କ ଜୀବନଦାତା ଈଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତିୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,

14ତୁମ୍ଭେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ ଧର୍ମବିଧି ପାଳନ କରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ରୁହ।

15ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,

16ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍‍।

17ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.