17ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୋଇ ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁର ଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ବର, ସେହି ଈଶ୍ବର ଉପରେ ନିର୍ଭର କରନ୍ତି,
18ପୁଣି, ଅନ୍ୟର ଉପକାର କରି ସମସ୍ତ ସତ୍କର୍ମରେ ଧନୀ ହୁଅନ୍ତି ଆଉ ମୁକ୍ତ ହସ୍ତରେ ଓ ଉଦାର ଭାବରେ ଦାନ କରନ୍ତି, ଏଥିନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ;
19ଏହି ପ୍ରକାର କଲେ ସେମାନେ ଭାବୀ ଜୀବନ ନିମନ୍ତେ ପ୍ରକୃତ ମୂଳଧନ ଆପଣା ଆପଣା ପାଇଁ ସଞ୍ଚୟ କରିବେ, ଯେପରି ପ୍ରକୃତ ଜୀବନ ପ୍ରାପ୍ତ ହୁଅନ୍ତି।
20ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;
21କେହି କେହି ତାହା ପାଳନ ନ କରି ବିଶ୍ୱାସ ବିଷୟରେ ପଥଭ୍ରଷ୍ଟ ହୋଇଅଛନ୍ତି। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।