୧ ତୀମଥି 6

ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର। ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ।

1 Timothy 6:2 (UKJV) And they that have believing masters, let them not despise them, because they are brethren; but rather do them service, because they are faithful and beloved, partakers of the benefit. These things teach and exhort.

1ଯେତେ ଲୋକ ଦାସତ୍ୱରୂପ ଜୁଆଳିର ଅଧୀନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଈଶ୍ବରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ।

2ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର। ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ।

3କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ବରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,

4ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.