୧ ତୀମଥି 6

ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,

1 Timothy 6:4 (UKJV) He is proud, knowing nothing, but doting about questions and strifes of words, whereof comes envy, strife, railings, evil questionings,

2ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର। ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ।

3କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ବରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,

4ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,

5ପୁଣି, ଯେଉଁମାନେ ଈଶ୍ବରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ।

6ଈଶ୍ବରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.