୧ ତୀମଥି 6

ପୁଣି, ଯେଉଁମାନେ ଈଶ୍ବରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ।

1 Timothy 6:5 (UKJV) Perverse disputings of men of corrupt minds, and destitute of the truth, supposing that gain is godliness: from such withdraw yourself.

3କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ବରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,

4ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,

5ପୁଣି, ଯେଉଁମାନେ ଈଶ୍ବରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ।

6ଈଶ୍ବରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ;

7କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.