5ପୁଣି, ଯେଉଁମାନେ ଈଶ୍ବରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ।
6ଈଶ୍ବରପରାୟଣତା ସନ୍ତୋଷଭାବଯୁକ୍ତ ହେଲେ ପ୍ରକୃତରେ ବିଶେଷ ଲାଭଜନକ;
7କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ, ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ;
8ଏଣୁ ଖାଦ୍ୟ, ବସ୍ତ୍ର ଥିଲେ ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ।
9ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହିସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।