12ଏଣୁ ଏହି କଥା ତୁମ୍ଭର ହୃଦ୍ଗତ ହେବାରୁ ଜ୍ଞାନ ଓ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ଓ ସମ୍ପତ୍ତି ଓ ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ।”
13ତହୁଁ ଶଲୋମନ ଗିବୀୟୋନ୍ସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ବୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ।
14ଏଉତ୍ତାରେ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ; ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।
15ପୁଣି ରାଜା ଯିରୂଶାଲମରେ ରୂପା ଓ ସୁନାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।
16ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।