ଦ୍ବିତୀୟ ବଂଶାବଳୀ 1

ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀକି ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ପ୍ରାନ୍ତରରେ ନିର୍ମିତ ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା।

2 Chronicles 1:3 (UKJV) So Solomon, and all the congregation with him, went to the high place that was at Gibeon; for there was the tabernacle of the congregation of God, which Moses the servant of the LORD had made in the wilderness.

1ଏଥିଉତ୍ତାରେ ଦାଉଦଙ୍କର ପୁତ୍ର ଶଲୋମନ ଆପଣା ରାଜ୍ୟରେ ଦୃଢ଼ୀକୃତ ହେଲେ, ପୁଣି ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ହୋଇ ତାଙ୍କୁ ଅତିଶୟ ମହାନ କଲେ।

2ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ, ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶର ପ୍ରଧାନ ପ୍ରତ୍ୟେକ ଅଧିପତିଙ୍କୁ ଆଜ୍ଞା ଦେଲେ।

3ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀକି ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ପ୍ରାନ୍ତରରେ ନିର୍ମିତ ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା।

4ମାତ୍ର ଦାଉଦ କିରୀୟଥ୍‍-ଯିୟାରୀମ୍‍ଠାରୁ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ବୁ ସ୍ଥାପନ କରିଥିଲେ।

5ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ୱେଷଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.