2ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ, ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶର ପ୍ରଧାନ ପ୍ରତ୍ୟେକ ଅଧିପତିଙ୍କୁ ଆଜ୍ଞା ଦେଲେ।
3ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନ୍ସ୍ଥିତ ଉଚ୍ଚସ୍ଥଳୀକି ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ପ୍ରାନ୍ତରରେ ନିର୍ମିତ ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା।
4ମାତ୍ର ଦାଉଦ କିରୀୟଥ୍-ଯିୟାରୀମ୍ଠାରୁ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ବୁ ସ୍ଥାପନ କରିଥିଲେ।
5ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ୱେଷଣ କଲେ।
6ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ବୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକୁ ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।