4ମାତ୍ର ଦାଉଦ କିରୀୟଥ୍-ଯିୟାରୀମ୍ଠାରୁ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ଆପଣାର ପ୍ରସ୍ତୁତ ସ୍ଥାନକୁ ତାହା ଆଣିଥିଲେ, କାରଣ ସେ ତହିଁ ନିମନ୍ତେ ଯିରୂଶାଲମରେ ଏକ ତମ୍ବୁ ସ୍ଥାପନ କରିଥିଲେ।
5ଆଉ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲ ଯେଉଁ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କରିଥିଲା, ତାହା ସେଠାସ୍ଥିତ ସଦାପ୍ରଭୁଙ୍କ ଆବାସ ସମ୍ମୁଖରେ ଥିଲା; ପୁଣି ଶଲୋମନ ଓ ସମାଜ ତହିଁ ନିକଟରେ ଅନ୍ୱେଷଣ କଲେ।
6ପୁଣି, ଶଲୋମନ ସେଠାକୁ, ସମାଗମ-ତମ୍ବୁ ନିକଟସ୍ଥ ସଦାପ୍ରଭୁଙ୍କ ସମ୍ମୁଖବର୍ତ୍ତୀ ପିତ୍ତଳମୟ ଯଜ୍ଞବେଦିକୁ ଯାଇ ତହିଁ ଉପରେ ଏକ ସହସ୍ର ହୋମବଳି ଉତ୍ସର୍ଗ କଲେ।
7ସେହି ରାତ୍ରି ପରମେଶ୍ୱର ଶଲୋମନଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭକୁ କʼଣ ଦେବା, ତାହା ମାଗ।”
8ତହିଁରେ ଶଲୋମନ ପରମେଶ୍ୱରଙ୍କୁ କହିଲେ, “ତୁମ୍ଭେ ମୋʼ ପିତା ଦାଉଦଙ୍କ ପ୍ରତି ମହାଦୟା ପ୍ରକାଶ କରିଅଛ ଓ ତାଙ୍କର ପଦରେ ମୋତେ ରାଜା କରିଅଛ।