8ଗାଥ୍, ମାରେଶା, ସୀଫ୍,
9ଅଦୋରୟୀମ୍, ଲାଖୀଶ୍, ଅସେକା,
10ସରାୟ, ଅୟାଲୋନ୍, ହିବ୍ରୋଣ, ଯିହୁଦାର ଓ ବିନ୍ୟାମୀନ୍ର ମଧ୍ୟବର୍ତ୍ତୀ ଏହି ପ୍ରାଚୀର-ବେଷ୍ଟିତ ନଗରସବୁ ନିର୍ମାଣ କଲେ।
11ଆଉ, ସେ ସକଳ ଦୁର୍ଗ ଦୃଢ଼ କରି ତହିଁ ମଧ୍ୟରେ ସେନାପତିମାନଙ୍କୁ ଓ ଖାଦ୍ୟଦ୍ରବ୍ୟ, ପୁଣି ତୈଳ ଓ ଦ୍ରାକ୍ଷାରସ ରଖିଲେ।
12ଆଉ, ପ୍ରତ୍ୟେକ ନଗରରେ ସେ ଢାଲ ଓ ବର୍ଚ୍ଛା ରଖିଲେ, ପୁଣି ନଗରସବୁକୁ ଅତିଶୟ ଦୃଢ଼ କଲେ ଆଉ ଯିହୁଦା ଓ ବିନ୍ୟାମୀନ୍ ତାଙ୍କର ପକ୍ଷ ହେଲେ।