ଦ୍ବିତୀୟ ବଂଶାବଳୀ 11

ଆହୁରି, ସମୁଦାୟ ଇସ୍ରାଏଲର ମଧ୍ୟବର୍ତ୍ତୀ ଯାଜକ ଓ ଲେବୀୟମାନେ ଆପଣା ଆପଣା ସମସ୍ତ ଅଞ୍ଚଳରୁ ଆସି ତାଙ୍କ ନିକଟରେ ଉପସ୍ଥିତ ହେଲେ।

2 Chronicles 11:13 (UKJV) And the priests and the Levites that were in all Israel resorted to him out of all their coasts.

11ଆଉ, ସେ ସକଳ ଦୁର୍ଗ ଦୃଢ଼ କରି ତହିଁ ମଧ୍ୟରେ ସେନାପତିମାନଙ୍କୁ ଓ ଖାଦ୍ୟଦ୍ରବ୍ୟ, ପୁଣି ତୈଳ ଓ ଦ୍ରାକ୍ଷାରସ ରଖିଲେ।

12ଆଉ, ପ୍ରତ୍ୟେକ ନଗରରେ ସେ ଢାଲ ଓ ବର୍ଚ୍ଛା ରଖିଲେ, ପୁଣି ନଗରସବୁକୁ ଅତିଶୟ ଦୃଢ଼ କଲେ ଆଉ ଯିହୁଦା ଓ ବିନ୍ୟାମୀନ୍ ତାଙ୍କର ପକ୍ଷ ହେଲେ।

13ଆହୁରି, ସମୁଦାୟ ଇସ୍ରାଏଲର ମଧ୍ୟବର୍ତ୍ତୀ ଯାଜକ ଓ ଲେବୀୟମାନେ ଆପଣା ଆପଣା ସମସ୍ତ ଅଞ୍ଚଳରୁ ଆସି ତାଙ୍କ ନିକଟରେ ଉପସ୍ଥିତ ହେଲେ।

14କାରଣ ଲେବୀୟମାନେ ଆପଣା ଆପଣା (ନଗରର) ତଳିଭୂମି ଓ ଆପଣା ଆପଣା ଅଧିକାର ତ୍ୟାଗ କରି ଯିହୁଦା ଓ ଯିରୂଶାଲମକୁ ଆସିଲେ; ଯେହେତୁ ଯାରବୀୟାମ ଓ ତାଙ୍କର ପୁତ୍ରଗଣ ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯାଜକର କାର୍ଯ୍ୟ କରିବାକୁ ନ ଦେଇ ତଡ଼ି ଦେଇଥିଲେ।

15ପୁଣି, ସେ ଉଚ୍ଚସ୍ଥଳୀସକଳର ଓ ଛାଗ ଦେବତାମାନଙ୍କର ଓ ସ୍ୱର୍ଣ୍ଣନିର୍ମିତ ଗୋବତ୍ସସକଳର ନିମନ୍ତେ ଆପଣାର ଯାଜକ ନିଯୁକ୍ତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.