14କାରଣ ଲେବୀୟମାନେ ଆପଣା ଆପଣା (ନଗରର) ତଳିଭୂମି ଓ ଆପଣା ଆପଣା ଅଧିକାର ତ୍ୟାଗ କରି ଯିହୁଦା ଓ ଯିରୂଶାଲମକୁ ଆସିଲେ; ଯେହେତୁ ଯାରବୀୟାମ ଓ ତାଙ୍କର ପୁତ୍ରଗଣ ସେମାନଙ୍କୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯାଜକର କାର୍ଯ୍ୟ କରିବାକୁ ନ ଦେଇ ତଡ଼ି ଦେଇଥିଲେ।
15ପୁଣି, ସେ ଉଚ୍ଚସ୍ଥଳୀସକଳର ଓ ଛାଗ ଦେବତାମାନଙ୍କର ଓ ସ୍ୱର୍ଣ୍ଣନିର୍ମିତ ଗୋବତ୍ସସକଳର ନିମନ୍ତେ ଆପଣାର ଯାଜକ ନିଯୁକ୍ତ କଲେ।
16ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁମାନେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ମନ ନିବିଷ୍ଟ କଲେ, ସେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲେବୀୟମାନଙ୍କ ପଶ୍ଚାତ୍ ଯିରୂଶାଲମକୁ ଆସିଲେ।
17ଏହିରୂପେ ସେମାନେ ଯିହୁଦାର ରାଜ୍ୟ ଦୃଢ଼ କଲେ, ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମଙ୍କୁ ତିନି ବର୍ଷ ପର୍ଯ୍ୟନ୍ତ ବଳବାନ କଲେ; କାରଣ ସେମାନେ ତିନି ବର୍ଷ ପର୍ଯ୍ୟନ୍ତ ଦାଉଦଙ୍କର ଓ ଶଲୋମନଙ୍କର ପଥରେ ଚାଲିଲେ।
18ପୁଣି, ରିହବୀୟାମ ମହଲତ୍ ନାମ୍ନୀ ଏକ ଭାର୍ଯ୍ୟା ଗ୍ରହଣ କଲେ, ସେ ଦାଉଦଙ୍କର ପୁତ୍ର ଯିରେମୋତ୍ର ଓ ଯିଶୀର ପୁତ୍ର ଇଲୀୟାବ୍ର କନ୍ୟା ଅବୀହୟିଲର କନ୍ୟା ଥିଲା;