16ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁମାନେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ମନ ନିବିଷ୍ଟ କଲେ, ସେମାନେ ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବା ପାଇଁ ଲେବୀୟମାନଙ୍କ ପଶ୍ଚାତ୍ ଯିରୂଶାଲମକୁ ଆସିଲେ।
17ଏହିରୂପେ ସେମାନେ ଯିହୁଦାର ରାଜ୍ୟ ଦୃଢ଼ କଲେ, ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମଙ୍କୁ ତିନି ବର୍ଷ ପର୍ଯ୍ୟନ୍ତ ବଳବାନ କଲେ; କାରଣ ସେମାନେ ତିନି ବର୍ଷ ପର୍ଯ୍ୟନ୍ତ ଦାଉଦଙ୍କର ଓ ଶଲୋମନଙ୍କର ପଥରେ ଚାଲିଲେ।
18ପୁଣି, ରିହବୀୟାମ ମହଲତ୍ ନାମ୍ନୀ ଏକ ଭାର୍ଯ୍ୟା ଗ୍ରହଣ କଲେ, ସେ ଦାଉଦଙ୍କର ପୁତ୍ର ଯିରେମୋତ୍ର ଓ ଯିଶୀର ପୁତ୍ର ଇଲୀୟାବ୍ର କନ୍ୟା ଅବୀହୟିଲର କନ୍ୟା ଥିଲା;
19ସେ ତାଙ୍କ ଔରସରେ ଯିୟୂଶ୍ ଓ ଶେମରୀୟ ଓ ସହମ ନାମକ ପୁତ୍ରମାନଙ୍କୁ ଜାତ କଲା
20ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍କୁ ଜାତ କଲା।