17ଏହିରୂପେ ସେମାନେ ଯିହୁଦାର ରାଜ୍ୟ ଦୃଢ଼ କଲେ, ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମଙ୍କୁ ତିନି ବର୍ଷ ପର୍ଯ୍ୟନ୍ତ ବଳବାନ କଲେ; କାରଣ ସେମାନେ ତିନି ବର୍ଷ ପର୍ଯ୍ୟନ୍ତ ଦାଉଦଙ୍କର ଓ ଶଲୋମନଙ୍କର ପଥରେ ଚାଲିଲେ।
18ପୁଣି, ରିହବୀୟାମ ମହଲତ୍ ନାମ୍ନୀ ଏକ ଭାର୍ଯ୍ୟା ଗ୍ରହଣ କଲେ, ସେ ଦାଉଦଙ୍କର ପୁତ୍ର ଯିରେମୋତ୍ର ଓ ଯିଶୀର ପୁତ୍ର ଇଲୀୟାବ୍ର କନ୍ୟା ଅବୀହୟିଲର କନ୍ୟା ଥିଲା;
19ସେ ତାଙ୍କ ଔରସରେ ଯିୟୂଶ୍ ଓ ଶେମରୀୟ ଓ ସହମ ନାମକ ପୁତ୍ରମାନଙ୍କୁ ଜାତ କଲା
20ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍କୁ ଜାତ କଲା।
21ରିହବୀୟାମ ଆପଣାର ସବୁ ପତ୍ନୀ ଓ ଉପପତ୍ନୀ ଅପେକ୍ଷା ଅବଶାଲୋମର କନ୍ୟା ମାଖାକୁ ଅଧିକ ପ୍ରେମ କଲେ; ସେ ଅଠର ପତ୍ନୀ ଓ ଷାଠିଏ ଉପପତ୍ନୀ ଗ୍ରହଣ କଲେ ଓ ଅଠାଇଶ ପୁତ୍ର ଓ ଷାଠିଏ କନ୍ୟା ଜାତ କଲେ।